www.samajalive.in
Saturday, December 13, 2025
27.1 C
Bhubaneswar

ଅସହ୍ୟ ତାତି: ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଅସହ୍ୟ ତାତି ଅନୁଭୂତ ହେଉଛି। ଆଜି ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ପାରଦ ଛୁଇଁଛି। ଏହାହସିତ ୪୪ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି କେନ୍ଦୁଝର ୪୩, ସମ୍ବଲପୁର ୪୨.୭, ରାଉରକେଲା ୪୨.୨, ହୀରାକୁଦ ୪୧.୮, ଚାନ୍ଦବାଲି ୪୦.୨, ଭୁବନେଶ୍ବର ୩୯.୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗାମୀ ମେ’୬ ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡିଶା-ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ତିତି ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ପରିସ୍ଥିତିକୁ ନଜର ରେ ରଖି ୬ ରୁ ୮ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟସ୍ଥ ଉତ୍ତର-ଉପକୂଳ ଓଡ଼ିଶାର ଆଖ ପାଖ ଅଞ୍ଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories