ଭୁବନେଶ୍ବର: ଉତ୍ତରପୂର୍ବ ମଧ୍ୟପ୍ରଦେଶ ଏବଂ ସମୀପବର୍ତ୍ତି ଅଞ୍ଚଳରେ ପୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ମଧ୍ୟମ ଧରଣର ଝଡ଼ବର୍ଷ ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ରାଜ୍ୟର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
Popular Categories



