www.samajalive.in
Tuesday, December 9, 2025
26.1 C
Bhubaneswar

ଅପ୍ରେଲ ୨୭ ପର୍ଯ୍ୟନ୍ତ କାଳବୈଶାଖୀ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା ଜାରି

ଭୁବନେଶ୍ବର: ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରରେ କାଳବୈଶାଖୀ ଝଡ଼ବର୍ଷା ସମ୍ଭାବନା ରହିଛି। । ଅପ୍ରେଲ ୨୭ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ ୟେଲୋ ଓ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି,କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବୌଦ୍ଧ ପାଇଁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲାରେ କାଳବୈଶାଖୀ ଘଡ଼ଘଡ଼ି ସହ ଝଡ଼ବର୍ଷା ପୂର୍ବାନୁମାନ କରାଯାଇଛି। ତେଣୁ ଏସବୁ ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୱାର୍ଣ୍ଣିଂ ଜାରି ଜିଲା ପ୍ରଶାସନକୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇ କହିଛନ୍ତି ଯେ ଅପ୍ରେଲ ୨୮ ପରେ ପୁଣି ତାତି ବଢ଼ିବ। ଆଜିଠୁ ଅପ୍ରେଲ ୨୮ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ। ବଙ୍ଗୋପସାଗରରେ ଗୁରୁଚାପ ସକ୍ରିୟ ଯୋଗୁ କାଳବୈଶାଖୀ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଅପ୍ରେଲ ୨୮ ପରେ ପୁଣି ତାତି ବଢ଼ିବ। ସ୍ବାଭାବିକଠାରୁ ଅଧିକ ତାପମାତ୍ରା ରହିବ। ସକାଳେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସର୍ବାଧିକ ରହିଛି। ନବରଙ୍ଗପୁର ଝରିଗାଁରେ ସର୍ବାଧିକ ୨୨ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories