www.samajalive.in
Sunday, December 14, 2025
23.1 C
Bhubaneswar

୪ ଦିନ କାଳବୈଶାଖୀ

ଭୁବନେଶ୍ବର : ଆସନ୍ତା ୪ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି, ଝଡ଼ତୋଫାନ ଏବଂ କୁଆପଥର ବୃଷ୍ଟିର ସମ୍ଭାବନା ଥିବାରୁ ବିଭିନ୍ନ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ ଅନୁଯାୟୀ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବୌଦ୍ଧ, ରାୟଗଡ଼ା, ନୟାଗଡ଼ ଏବଂ ଗଜପତି ଜିଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ତୋଫାନ ହୋଇପାରେ। ଏହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୪୦କିମିରୁ ୫୦କିମି ବେଗ ରହିବାର ସମ୍ଭାବନା ରହିଛି। କଟକ, ଯାଜପୁର ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ କୁଆପଥର ବୃଷ୍ଟିପାତର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories