www.samajalive.in
Saturday, December 13, 2025
15.1 C
Bhubaneswar

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ : ୪ଦିନ ବର୍ଷା, ବିଭିନ୍ନ ଜିଲାକୁ ରେଡ୍‌ ଆଲର୍ଟ

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ମୌସୁମି ସକ୍ରିୟ ହେବା ସହିତ ରାଜ୍ୟରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ଏ ସଂକ୍ରାନ୍ତ ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି ଯେ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବା ଫଳରେ ଉତ୍ତର ବଙ୍ଗୋପସାଗର ‌ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି। ମୌସୁମି ଏବେ ସକ୍ରିୟ ଥିବାବେଳେ ଆସନ୍ତାକାଲିଠାରୁ ୨୮ ପର୍ଯ୍ୟନ୍ତ ଏହାର ପ୍ରଭାବରେ ମଧ୍ୟମରୁ ପ୍ରବଳ ବର୍ଷା ହେବ।

ମଙ୍ଗଳବାର ସକାଳ ସାଢ଼େ ୮ଟା ସୁଦ୍ଧା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ସୁନ୍ଦରଗଡ଼ ଓ ଦେବଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେଠାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୋଳ ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ଼ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

ସେହିପରି ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ନୟାଗଡ଼, ଗଞ୍ଜାମ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ଅଧିକ ବର୍ଷାର ସମ୍ଭାବନା ଦୃଷ୍ଟିରୁ ସେସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୭ତାରିଖରେ ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର, କନ୍ଧମାଳ ,ଅନୁଗୋଳ ଓ କେନ୍ଦୁଝରକୁ ଅରେଞ୍ଜ ଏବଂ ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି, କୋରାପୁଟ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୮ତାରିଖରେ ମଧ୍ୟ ରାଜ୍ୟର ୭ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ବର୍ଷା ସହିତ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତାକାଲିଠାରୁ ୨୭ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।
ଯେଉଁସବୁ ଜିଲାକୁ ରେଡ଼, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ସେଠାରେ ଜିଲା ପ୍ରଶାସନକୁ ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ଭାବେ ସଜାଗ ରଖିବା, ବିଡ଼ିଓ, ତହସିଲଦାରମାନଙ୍କୁ ‌ଆବଶ୍ୟକ ପଦକ୍ଷେପ ଗ୍ରହଣ ନିମନ୍ତେ ନିର୍ଦେଶ ଜାରି କରିବା ସକାଶେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ବର୍ଷା ସମୟରେ ଉପକୂଳ ଅଞ୍ଚଳରେ ସହରାଞ୍ଚଳ ସମେତ ଅନ୍ୟାନ୍ୟ ତଳିଆ ଅଞ୍ଚଳରେ ପାଣି ଜମିବା ସହିତ ପାହାଡ଼ିଆ ଅଞ୍ଚଳରେ ଫ୍ଲାସ ଫ୍ଲଡ଼ର ସମ୍ଭାବନା ରହିଛି। କଚା ଘର ଭାଙ୍ଗିବା ସହିତ ‌ ବିଭିନ୍ନ ସ୍ଥାନରେ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହେବା ଏବଂ ଟ୍ରାଫିକ ସମସ୍ୟା ସୃଷ୍ଟି ହେବାର ମଧ୍ୟ ‌ଆଶଙ୍କା ରହିଛି। ତେଣୁ ଜିଲା ପ୍ରଶାସନ ଓ ପୌର ପ୍ରଶାସନ ତଥା ଜଳସମ୍ପଦ ବିଭାଗ ପକ୍ଷରୁ ଜଳ ନିଷ୍କାସନ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରଯିବା ନିମନ୍ତେ ନିର୍ଦେଶ ଦିଆଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories