www.samajalive.in
Monday, December 15, 2025
24.1 C
Bhubaneswar

ଆଜିଠୁ ୪ଦିନ ବଜ୍ରପାତ ବର୍ଷା

ଭୁବନେଶ୍ବର: ଆସନ୍ତା ୪ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ବିଜୁଳି ଘଡଘଡି, ବର୍ଷା ସହିତ କୁଆପଥର ପଡିବ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟରେ କାଳବୈଶାଖୀ ହୋଇଛି। ବର୍ଷା ପବନ ସହିତ କୁଆପଥର ମାଡ ହୋଇଛି। ତେବେ ଗୁରୁବାର ବାଲେଶ୍ବର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଏବଂ ଭଦ୍ରକ। ଶୁକ୍ରବାର କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି ଏବଂ ଗଞ୍ଜାମ। ଶନିବାର ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ ଏବଂ ଅନୁଗୋଳ। ରବିବାର ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ସବୁଠୁ ଅଧିକ ସୁନ୍ଦରଗଡରେ ୩୯ ଡିଗ୍ରୀ ରେକର୍ଡ କରାଯାଇଛି। ରାଜ୍ୟର ଉତ୍ତପ୍ତ ସହର ସୁନ୍ଦରଗଡ ପାଲଟିଛି। ଆଭ୍ୟନ୍ତରୀଣ ଜିଲାଗୁଡିକରେ ଦିନ ତାପମାତ୍ରା ବଢିବା ହେତୁ ୧୦ ସହରର ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହିଛି। ପାଣିପାଗ କେନ୍ଦ୍ରର ଆକଳନ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ ଆଗାମୀ ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୨ରୁ ୩ ଡିଗ୍ରୀ ଅଧିକ ରହିବ। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ବୌଦ୍ଧରେ ୧୪ ଡିଗ୍ରୀ ସେଲସିୟସ୍‌ ରହିଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ୧୯ରୁ ୨୬ ଡିଗ୍ରୀ ମଧ୍ୟରେ ପାରଦ ରହିଛି। ତେବେ କାଳବୈଶାଖୀ ଜନିତ ବଜ୍ରପାତ ବର୍ଷା କମିବାର ପରବର୍ତ୍ତୀ ସମୟରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories