www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାସହ ଘଡଘଡି, ବିଜୁଳି ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ। ୨ ଦିନ ପରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ମେ ୨ ବେଳକୁ କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ ଓ ଗଜପତି ଆଦି ଜିଲାରେ ଘଡଘଡି ସହ କୁଆପଥର ବର୍ଷା ହୋଇପାରେ। ୩ ତାରିଖ ବେଳକୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, ମାଲକାନଗିରି ଓ କୋରାପୁଟ ଆଦି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories