www.samajalive.in
Saturday, December 6, 2025
26.1 C
Bhubaneswar

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ; ଘନିଭୂତ ହୋଇ ନେଇପାରେ ବାତ୍ୟାର ରୂପ !

ଭୁବନେଶ୍ୱର : ସାମୁଦ୍ରିକ ଝଡ ତଉକତେ ଗୁଜରାଟ ଠାରୁ ଆରମ୍ଭ କରି ମୁମ୍ବଇ ପର୍ଯ୍ୟନ୍ତ ନିଜର ତାଣ୍ଡବ ସୃଷ୍ଟି କରିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ଆକଳନ କାରଣରୁ ତଳିଆ ଅଞ୍ଚଳ ବାସିନ୍ଦାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଆରବସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ବାତ୍ୟା ତଉକତେର ରୂପ ନେଇଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହା କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ଏହା ଓଡିଶା ମୁହାଁ ବାତ୍ୟାର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି। ପୂର୍ବରୁ ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟାର ପ୍ରଭାବ ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶରେ ହିଁ ବିଶେଷ ପ୍ରଭାବ ପକାଇଥାଏ। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଆସନ୍ତା ୨୩ ତାରିଖରେ ବାତ୍ୟାର ରୂପ ନେଇ ପାରେ ବୋଲି ଅନୁମାନ କରାଯାଉଛି। ଭାରତ ସରକାରଙ୍କ ଭୂବିଜ୍ଞାନ ମନ୍ତ୍ରାଳୟର ସଚିବ ସୃଷ୍ଟ ଲଘୁଚାପ ସମ୍ପର୍କରେ ସୂଚନା ଦେଇଛନ୍ତି। ସାମୁଦ୍ରିକ ଝଡ ତାଉକତେକୁ ଭାରତୀୟ ପାଣିପାଗ ବିଭାଗ ସଠିକ ସୂଚନା ପୂର୍ବରୁ ଦେଇଥିଲା। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଘନୀଭୂତ ହେବା ପରେ ଆସନ୍ତା ୨୭ ସୁଦ୍ଧା ବାତ୍ୟାରେ ପରିଣତ ହେବ କି ନାହିଁ ତାହା ସ୍ପଷ୍ଟ ହେବ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories