www.samajalive.in
Sunday, December 7, 2025
13.1 C
Bhubaneswar

୪୮ଘଣ୍ଟାରେ ଲଘୁଚାପ; ୩ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଭାରତରେ ଉତ୍ତର ପୂର୍ବ ମୌସୁମି ବାୟୁ ସକ୍ରିୟ ରହିଛି। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଭାରତର ଅଧିକାଂଶ ରାଜ୍ୟରେ ବର୍ଷା ପ୍ରଭାବ ଲାଗିରହିଥିବାବେଳେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଉତ୍ତର ତାମିଲନାଡ଼ୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ। ଘୂର୍ଣ୍ଣିବଳୟ ଅଞ୍ଚଳରୁ ଏକ ମୌସୁମି ଟ୍ରଫ ଲାଇନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦେଇ ଉତ୍ତର ଆନ୍ଧ୍ର ଉପକୂଳ ପର୍ଯ୍ୟନ୍ତ ଲମ୍ବିଥିବାବେଳେ ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖଠାରୁ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁରରେ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଆସନ୍ତା ୨୩ରେ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗୀରରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ୨୪ରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୨୫ରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ବର, ଢ଼େଙ୍କାନାଳ, ଯାଜପୁର ଓ ନୟାଗଡ଼ରେ ମଧ୍ୟ ‌ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବା ସହିତ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡ଼ୁ, କେରଳ କର୍ଣ୍ଣାଟକରେ ଅଧିକ ବର୍ଷାର ସମ୍ଭାବନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories