www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି କମିବ ତାପମାତ୍ରା ; ବଢିବ ଶୀତ

ଭୁବନେଶ୍ୱର : ପୁଣି କମିବ ତାପମାତ୍ରା ଓ ବଢିବ ଶୀତ। ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ରାତ୍ରୀ ତାପମାତ୍ରାରେ ପରିବର୍ତ୍ତନ ଘଟିବ। ରାତ୍ରୀ ତାପମାତ୍ରାରେ ପ୍ରାୟ ୩ ଡିଗ୍ରୀ ରୁ ୫ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାସହ ପଶ୍ଚିମ ବାୟୁ ପ୍ରବାହରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲା ଗୁଡିକରେ ଆଜି ବର୍ଷା ହୋଇଯାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ପାଗ ଶୁଖିଲା ରହିଛି। ସୁନ୍ଦରଗଡରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫ ସେଣ୍ଟିମିଟର ବର୍ଷା ରେକର୍ଡ଼ କରାଯାଇଥିବା ବେଳେ ଝାରସୁଗୁଡା ,କେନ୍ଦୁଝର, ମୟୁରଭଞ୍ଜରେ ୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ବଲାଙ୍ଗୀର ଠାରେ ସର୍ବୋଚ୍ଚ ଦିନ ତାପମାତାେ ୩୨.୫ ଡିଗ୍ରୀ ସେଲସିୟମସ, କେନ୍ଦୁଝରରେ ସର୍ବନିମ୍ନ ୧୪ ରେକର୍ଡ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୪ ଜିଲା ବାଲେଶ୍ୱର,ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, କଟକ,ଜଗତସିଂହପୁର,ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ପୁରୀକୁ ୟୋଲା ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘୂର୍ଣ୍ଣି ଝଡ ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଘନ କୁହୁଡିର ମଧ୍ୟ ସମ୍ଭାବନା ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories