ଭୁବନେଶ୍ବର: ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଘଡ଼ଘଡ଼ି ସହ ବର୍ଷା ନେଇ ୯ଟି ଜିଲାକୁ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏସଆରସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ମଧ୍ୟ ସମ୍ଭାବନା ରହିଛି। ଏହି ୯ଟି ଜିଲାବାସୀ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
Popular Categories



