ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ

ନୂଆଦିଲ୍ଲୀ: ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବାୟୁ । ମୌସୁମୀ ସ୍ୱାଭାବିକ ରହିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଜୁନରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ହୋଇପାରେ । ଚଳିତ ବର୍ଷ ଦକ୍ଷିଶ ପଶ୍ଚିମ ମୌସୁମୀ ବାୟୁ ସ୍ୱାଭାବିକ ରହିବା ସହ ମୌସୁମୀ ବର୍ଷାର ପରିମାଣ ୯୬ରୁ ୧୦୪% ରହିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ତାହା ସହ ଉତ୍ତର କେନ୍ଦ୍ର ଭାରତରେ ସ୍ୱାଭାବିକରୁ ଅଧିକ ବର୍ଷା ହୋଇପାରେ ବୋଲି କୁହାଯାଇଛି । ଉତ୍ତର ପୂର୍ବାଞ୍ଚଳ, ଉତ୍ତର ପଶ୍ଚିମାଞ୍ଚଳ, ଦକ୍ଷିଣାଞ୍ଚଳରେ କମ୍‌ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

kalyan agarbati

Comments are closed.