www.samajalive.in
Monday, December 8, 2025
14.1 C
Bhubaneswar

‘ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ସ୍ପଷ୍ଟ ହୋଇନି ବାତ୍ୟା ଚିତ୍ର’

ନୂଆଦିଲ୍ଲୀ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଣ୍ଡାମାନ ସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ତାହା ସହ ଆଇଏମଡି ଡିଜିଙ୍କ କହିବା ଅନୁଯାୟୀ ଆସନ୍ତା ୬ତାରିଖ ବେଳକୁ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ କ୍ଷେତ୍ରରେ ପରିଣତ ହେବା ପରେ ବାତ୍ୟାର ଚିତ୍ର ସ୍ପଟ ହେବ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଅନ୍ୟପଟେ ଆଜି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାଳକ୍ରମେ ଏହା ଉତ୍ତର ପଶ୍ଚିମକୁ ଗତିକରି ଅବପାତରେ ପରିଣତ ହେବ ବୋଲି କୁହାଯାଇଛି । ହେଲେ ଏପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ଆକଳନ କରାଯାଇପାରିନାହିଁ । ଲଘୁଚାପ କ୍ଷେତ୍ର ହେବା ପରେ ଏନେଇ ସଠିକ୍‌ ଆକଳନ କରିହେବ ବୋଲି କହିଛନ୍ତି ଆଇଏମଡି ଡିଜି । ତାହାଛଡ଼ା ଲଘୁଚାପ କ୍ଷେତ୍ର ଏଯାଏ ଜଣାପଡ଼ିନଥିବା କାରଣରୁ ତୀବ୍ରତା ଓ ଲ୍ୟାଣ୍ଡଫଲ କେଉଁଠାରେ ହେବ ତାହା ସ୍ପଷ୍ଟ ହୋଇନାହିଁ । ତେବେ ପ୍ରାକ୍‌ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି । ଆମେ ଏହା ଉପରେ ନିରନ୍ତର ନଜର ରଖିଛୁ । ବାତ୍ୟା ଓଡ଼ିଶା ଉପକୂଳକୁ ଆସିବ କି ନାହିଁ ତାହା ଜଣାପଡ଼ିନାହିଁ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories