www.samajalive.in
Friday, December 12, 2025
15.1 C
Bhubaneswar

ପଶ୍ଚିମ ତାତି ଅସମ୍ଭାଳ

ଭୁବନେଶ୍ବର: ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପକ୍ଷରେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଗତକାଲି ୪୪.୫ ଡିଗ୍ରୀ ସହ ସୁବର୍ଣ୍ଣପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟି ଥିବାବେ‌େ‌ଳ ୧୮ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ୪ ସହରରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନୁଗୁଳ ୪୧.୭, ବାରିପଦା ୪୧.୬, ଝାରସୁଗୁଡା ୪୨.୪, କେନ୍ଦୁଝର ୪୦, ସମ୍ବଲପୁର ୪୩, ସୁନ୍ଦରଗଡ ୪୦, ହୀରାକୁଦ ୪୧.୯, ତାଳଚେର ୪୦.୪, ଭବାନୀପାଟଣା ୪୨, ବଲାଙ୍ଗୀର ୪୩.୫, ଟିଟିଲାଗଡ ୪୩.୨, ମାଲକାନଗିରି ୪୧, ବୌଦ୍ଧ ୪୨.୫, ପାରଳାଖେମୁଣ୍ଡି ୪୧.୫, ଢେଙ୍କାନାଳ ୪୦.୩, ବରଗଡ ୪୨.୫, ନୂଆପଡା ୪୧, ଭୁବନେଶ୍ବର ୩୮ ଏବଂ କଟକରେ ୩୯.୪ ଡିଗ୍ରୀ ରହିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

- Advertisement -

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ପ୍ରାକ-ମୌସୁମି ଋତୁରେ ରାଜ୍ୟରେ ମାର୍ଚ୍ଚରୁ ମେ ମାସ ମଧ୍ୟରେ ୯୦.୭ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକଠାରୁ ୨୯ ପ୍ରତିଶତ କମ। କୋରାପୁଟ ଏବଂ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ବାଲେଶ୍ୱର, ଜଗତସିଂହପୁର, ସୁବର୍ଣ୍ଣପୁର ଏବଂ ବଲାଙ୍ଗୀରରେ ଅତି ନିଅଣ୍ଟିଆ ବର୍ଷା ହୋଇଛି। ୧୭ ଜିଲାରେ କମ ଏବଂ ୭ ଜିଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। କିନ୍ତୁ ଉପରୋକ୍ତ ଜିଲାଗୁଡିକରେ ବଜ୍ରପାତର ସମ୍ଭାବନା ରହିଛି। ଏହି ସବୁ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories