www.samajalive.in
Sunday, December 7, 2025
26.1 C
Bhubaneswar

୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ !

ଭୁବନେଶ୍ୱର: ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ତାତିରୁ ପାଇବ ରାଜ୍ୟ ମୁକ୍ତି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ରହିଛି ବୋଲି କୁହାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ୱିଟକରି ସୂଚନା ଦିଆଯାଇଛି । ଅନ୍ୟପେଟ ଚିତ୍ରକୋଣ୍ଡା ଓ ମାଲକାନଗିରିରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଥିବା ସୂଚନା ଦେଇଛି ବିଭାଗ ।

ଖାଲି ସେତିକି ନୁହେଁ ଗତକାଲି ସଂଧ୍ୟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି । ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ବାଲେଶ୍ୱରରେ ସର୍ବାଧିକ ୫୪ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି କେନ୍ଦୁଝରରେ ୨୧.୬ ମିମି ବର୍ଷା ହୋଇଛି ।  ଦାରିଙ୍ଗବାଡିରେ ୨୦ ମିମି,  ପାରଳାଖେମୁଣ୍ଡିରେ ୧୮.୬ ମିମି, ଅନୁଗୁଳରେ ୧୮ ମିମି, ଯାଜପୁରରେ ୧୪ ମିମି, ନୟାଗଡରେ ୧୩.୨ ମିମି ଓ ନୂଆପଡାରେ ୮.୦ ମିମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories