www.samajalive.in
Sunday, December 7, 2025
14.1 C
Bhubaneswar

୨୫ ଯାଏ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଗତ ୨୪ଘଣ୍ଟାରେ ମୌସୁମୀ ସକ୍ରିୟ ହେବା ଯୋଗୁଁ ରାଜ୍ୟରେ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି। ମୌସୁମୀର ବଙ୍ଗୋପସାଗର ଶାଖା ସକ୍ରିୟ ଥିବା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର (ସେମି) ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି (ମଙ୍ଗଳବାର) ବଲାଙ୍ଗୀରରେ ସର୍ବାଧିକ ବର୍ଷା ୧୦.୩ ମିମି ରେକର୍ଡ ହୋଇଥିବା ବେଳେ କୋରାପୁଟ ୧୦ ମିମି, ଢେଙ୍କାନାଳ ୭.୨ ମିମି, ଭବାନୀପାଟଣା .୬ ମିମି ଏବଂ କେନ୍ଦୁଝର .୨ ମିମି ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧରେ ସର୍ବାଧିକ ବର୍ଷା ୧୧୧ ମିମି, ପାରାଦ୍ବୀପ ୭୭.୭ ମିମି, ସୁବର୍ଣ୍ଣପୁର ୬୫.୮ ମିମି ଏବଂ ନବରଙ୍ଗପୁରରେ ୫୬.୨ ମିମି ବର୍ଷା ରେକର୍ଡ କରାଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଦକ୍ଷିଣ ହରିୟାଣାରୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସମଗ୍ର ଉତ୍ତରପ୍ରଦେଶ, ବିହାର ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ନିମ୍ନଚାପ ରେଖା ଲମ୍ବିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ବଜ୍ରପାତକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲାଗୁଡିକୁ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories