www.samajalive.in
Sunday, December 14, 2025
23.1 C
Bhubaneswar

ସକ୍ରିୟ ହେଉଛି ଘୁର୍ଣ୍ଣିବଳୟ; ଆଜିଠୁ ପୁଣି ବର୍ଷିବ

ଭୁବନେଶ୍ୱର: ସକ୍ରିୟ ହେଉଛି ଘୁର୍ଣ୍ଣିବଳୟ । ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଥିବା ବେଳେ କୁହାଯାଇଛି କି, ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତାହା ସହ ଆସନ୍ତାକାଲି ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ଦେଖାଦେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଦିଆଯାଇଛି । ୨୦ ତାରିଖରେ ପଶ୍ଚିମ ଓଡି଼ଶାରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ନେଇ କୁହାଯାଇଛି ।

ପାଣିପାଗ କେନ୍ଦ୍ରର ଆକଳନ କହିଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ଲଘୁଚାପ ଜନିତ ବର୍ଷା ପ୍ରଭାବରେ ୧୯ ଓ ୨୦ରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିପାରେ ।

- Advertisement -

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ଏବଂ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ସତର୍କ ରହିବା ନିମନ୍ତେ ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ବନ୍ୟା ସୃଷ୍ଟି ହୋଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ବନ୍ୟାବିପନ୍ନଙ୍କ ପାଇଁ ଆହୁରି ସଙ୍ଗୀନ ହୋଇପାରେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories