www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ସ୍ବାଭାବିକ ଠାରୁ ହୋଇଛି ୧୫ ପ୍ରତିଶତ ଅଧିକ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସ୍ବାଭାବିକ ଠାରୁ ହୋଇଛି ଅଧିକ ବର୍ଷା । ଜୁନରୁ ବର୍ତ୍ତମାନ ସୁଦ୍ଧା ୧୫ ପ୍ରତିଶତ ଅଧିକ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ ସୂଚନା ଅନୁଯାୟୀ ବୌଦ୍ଧ ଓ କନ୍ଧମାଳ ଜିଲ୍ଲା ସମେତ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା କୁହାଯାଇଛି । ଅନ୍ୟ ୨୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ନେଇ ସୂଚନା ରହିଛି । ଦେବଗଡ଼ରେ ଅଧିକ ୪୦%, ଢେଙ୍କାନାଳରେ ଅଧିକ ୨୯%, ଜଗତସିଂହପୁରରେ ଅଧିକ ୨୧%, ନୟାଗଡରେ ଅଧିକ ୨୨%, ନୂଆପଡାରେ ଅଧିକ ୨୦% ବର୍ଷା ହୋଇଛି । ସେହିପରି  କୋରାପୁଟରେ ଅଧିକ ୩୦%, ରାୟଗଡାରେ ଅଧିକ ୩୩%, ଏବଂ ଗଜପତିରେ ଅଧିକ ୨୦%ରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ୧ ଜୁନ ୨୦୨୨ରୁ ୨୧ ଅଗଷ୍ଟ ୨୦୨୨ ମଧ୍ୟରେ ରାଜ୍ୟରେ ୯୩୪.୨ ମିମି ବର୍ଷା ରେକର୍ଡ କରାଯାଇଛି  । ଯାହାକି ଏହି ସମୟର ସ୍ୱାଭାବିକ ବର୍ଷା ୮୧୧.୯ ମିମି ତୁଳନାରେ ୧୫% ଅଧିକ ରହିଛି ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସବୁଠାରୁ ବଡ଼ କଥା ହେଉଛି ଏହି ସମୟ ମଧ୍ୟରେ ବୌଦ୍ଧରେ ୬୨% ଅଧିକ ବର୍ଷା ହୋଇଥିବା ବେଳେ କନ୍ଧମାଳରେ ୭୩%ରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି ।

 

- Advertisement -

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories