www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି ; ଛାତ ଭୁଶୁଡି ୩ ମୃତ

ଡେରାଡୁନ : ଉତ୍ତରାଖଣ୍ଡରେ ଜାରି ରହିଥିବା ପ୍ରବଳ ବର୍ଷା କାରଣରୁ ଗଙ୍ଗା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ବାରାଣସୀରେ ଅନେକ ଜିଲାରେ ଗଙ୍ଗାର ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି। ପାହାଡରେ ହେଉଥିବା ବର୍ଷା ପାଇଁ ପରିସ୍ଥିତି ଅଧିକ ଜଟିଳ ହୋଇଛି।
ଉତ୍ତରାଖଣ୍ଡର ୩ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି। ସେହିପରି ରାଜଧାନୀ ଡେରାଡୁନରେ ପ୍ରବଳ ବର୍ଷା ପରେ ଏକ ପୁରୁଣା ଘରର ଛାତ ଭୁଶୁଡି ପଡିଛି। ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଖବର ମିଳିଛି।
ପ୍ରୟାଗରାଜରେ ମଧ୍ୟ ଗଙ୍ଗା-ଯମୁନା ବିପଦ ସଙ୍କେତ ଠାରୁ ୧.୧୦ ମିଟର ଉପରେ ପ୍ରବାହିତ ହେଉଛି। ବନ୍ୟା ପାଇଁ ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି। ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ସହ ରାସ୍ତାଘାଟ ବନ୍ଦ ରହିଛି।
ଡେରାଡୁନ,ନୈନୀତାଲ ଓ ଚମ୍ପାବତ୍‍ ଜିଲାରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ବିଶେଷଜ୍ଞଙ୍କ ସୂଚନାୁନାୟୀ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories