ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ; ଆଜିଠୁ ପ୍ରବଳ ବର୍ଷା !

ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୦ ଓ୨୧ ତାରିଖରେ ବିସ୍ତୃତି ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । କିଛି ଜିଲ୍ଲାରେ ୨୦ ଓ୨୧ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଥିବା ବେଳେ, ଓଡିଶା ଉପକୂଳ ଅଶାନ୍ତ ସମ୍ଭାବନା ପାଇଁ ମତ୍ସ୍ୟଜୀବୀଙ୍କୁ ୨୦ ତାରିଖରେ ସମୁଦ୍ର ଯିବାକୁ ମନା କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗିରହିଛି ।

prayash

ଶନିବାର ଦିନ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ଯାହାକି ବର୍ତ୍ତମାନ ଘନୀଭୂତ ହେବାରେ ଲାଗିଛି । ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଉତ୍ତର ଓଡ଼ିଶାର ବାରିପଦା ଏବଂ ବାଲେଶ୍ବର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବାରିପଦା ସହର ଉପକଣ୍ଠ ଲକ୍ଷ୍ମୀପୋଷିସ୍ଥିତ ରାଜାବସା ପଡ଼ିଆରେ ଫୁଟବଲ ମ୍ୟାଚ ଚାଲିଥିବା ବେଳେ ଖେଳ ପଡ଼ିଆରେ ବଜ୍ରପାତ ହେବାରୁ ଜଣେ ଦର୍ଶକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆସନ୍ତା ୨୪ ଘଣ୍ଟାରେ କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ପୁରୀ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନୟାଗଡ ଏବଂ ବୌଦ୍ଧ ଜିଲାରେ ବଜ୍ରପାତକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି।

kalyan agarbati

Comments are closed.