ସୃଷ୍ଟି ହେଲା ଲଘୁଚାପ; ୨୪ଘଣ୍ଟା ମଧ୍ୟରେ ଆହୁରି ହେବ ଘନୀଭୂତ

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । ତାହା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି । ମୌସୁମୀ ନିମ୍ନ-ଚାପ ରେଖା ଆଜି ପଞ୍ଜାବର ଭତିଣ୍ଡାରୁ ବାହାରି ଦିଲ୍ଲୀ, ହରଦଇ, ବାରଣାସୀ, ରାଞ୍ଚି ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏଁ ଲମ୍ବିଛି ।

prayash

ରଙ୍ଗ ବଦଳାଉଛି ଏଣ୍ଡୁଅ; ଦେଖନ୍ତୁ ଭିଡିଓ

ଫଳରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଥିବା ବେଳେ, ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତାହା ସହ ଆଗାମୀ ୭୨ ଘଣ୍ଟା ଯାଏଁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଜାରି କରିଛି ପାଣିପାଗ କେନ୍ଦ୍ର ।

kalyan agarbati

Comments are closed.