www.samajalive.in
Monday, December 15, 2025
17.1 C
Bhubaneswar

ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ; ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ୱର: ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ । ଆଗାମୀ ୩ଘଣ୍ଟା ମଧ୍ୟରେ ବାତ୍ୟା ସିତ୍ରାଙ୍ଗ ଅବପାତର ରୂପ ନେବା ସମ୍ଭାବନା ରହିଛି । ପରବର୍ତ୍ତୀ ୬ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହେବା ସହ ସୂଦୃଶ-ଲଘୁଚାପ କ୍ଷେତ୍ରରେ ସିତ୍ରାଙ୍ଗ ପରିଣତ ହୋଇପାରେ ବୋଲି ସୂଚନା ଦିଆଯାଇଛି । ଗତକାଲି ରାତି ସାଢ଼େ ୯ଟାରୁ ସାଢ଼େ ୧୧ଟା ମଧ୍ୟରେ ବାଂଲାଦେଶର ବରିଷଲ ନିକଟରେ ବାତ୍ୟା ଉପକୂଳ ଅତିକ୍ରମ କରିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଥାଉକି, ପୂର୍ବରୁ ବାତ୍ୟା ସିତ୍ରାଙ୍ଗ ୨୫ ତାରିଖ ସକାଳେ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଥିଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories