www.samajalive.in
Sunday, December 14, 2025
23.1 C
Bhubaneswar

ଅବପାତ ଦୁର୍ବଳ; ବଢିବ ଶୀତ

ଭୁବନେଶ୍ବର: ଦୁର୍ବଳ ହୋଇଛି ସକ୍ରିୟ ଅବପାତ। ମଙ୍ଗଳବାର ସକାଳୁ ଏହା ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆହୁରି ଦୁର୍ବଳ ହେବ। ଲଘୁଚାପକୁ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବଳ୍ପ ପରିମାଣର ବର୍ଷା ହୋଇଛି।

ଲଘୁଚାପ ପ୍ରଭାବ‌ରେ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ଥିବାବେଳେ ରାଜ୍ୟର ବିଭିନ୍ନ ସହରରେ ରାତି ତାପମାତ୍ରା ବୃଦ୍ଧି ପାଇଥିଲା। ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ପାଖାପାଖି ରହିଥିଲା। ଫଳରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଛି। କିନ୍ତୁ ଲଘୁଚାପ ଦୁର୍ବଳ ହେବା ଦ୍ବାରା ଆଗକୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଖସିବା ଆଶଙ୍କା ରହିଛି। ଫଳସ୍ବରୂପ ପାହାଡିଆ ଏବଂ ସମତଳ ଅଞ୍ଚଳରେ ଶୀତ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ପରେ ରାଜ୍ୟର ଅନେକ ସ୍ଥାନରେ ପାରଦ ୩ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ। ଫଳରେ ଶୀତ ବଢିବ। ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡି ଏବଂ ସୁନ୍ଦରଗଡରେ ୧୩.୫ ଡିଗ୍ରୀ ଲେଖାଏଁ ରେକର୍ଡ ହୋଇଛି। ଝାରସୁଗୁଡା ୧୪.୨ ଡିଗ୍ରୀ, ଭୁବନେଶ୍ବର ୧୯.୭ ଡିଗ୍ରୀ ଏବଂ କଟକ ୧୯ ଡିଗ୍ରୀ ପାରଦ ରହିଥିଲା।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories