www.samajalive.in
Sunday, December 7, 2025
26.1 C
Bhubaneswar

୧୬ ଯାଏଁ ଅଗ୍ନିବର୍ଷା ; ତାତିରୁ ମିଳିବ ନାହିଁ ତାତ୍ରି

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ରାଜଧାନୀରେ ଗତ ୨ ଦିନ ହେବ ଅନୁଭବ ହେଉଛି ପ୍ରବଳ ତାତି। ଆଜି ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ରା ୩୨ ଡିଗ୍ରୀ ରେକର୍ଡ କରାଯାଇଛି। ଗତକାଲି ଝାରସୁଗୁଡା ଓ ବାରପଦାରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିଥିଲା। ରାଜ୍ୟରେ ଆହୁରି ୫ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୧୬ ଯାଏଁ ଅଗ୍ନିବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚରାଜ୍ୟରେ ଆହୁରି ୫ ଦିନ ପର୍ୟ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୧୬ ଯାଏଁ ଅଗ୍ନିବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର। ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହୋଇଛି। ସମ୍ବଲପୁର ୩୮,ଝାରସୁଗୁଡା ୩୭.୬, ଚାନ୍ଦବାଲି ୩୭.୪ ଡିଗ୍ରୀ, ବାଲେଶ୍ୱର ୩୬.୮, ହୀରାକୁଦ ୩୬.୨,କେନ୍ଦୁଝର ୩୫.୪ ରେକର୍ଡ କରାଯାଇଛି। ରାଜ୍ୟର ୧୦ଟି ସ୍ଥାନର ତାପମାତ୍ରା ୩୨ ଡିଗ୍ରୀରୁ ଅଧିକ ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories