www.samajalive.in
Saturday, December 6, 2025
26.1 C
Bhubaneswar

ବଦଳିବ ପାଗ ; ବଢିବ ତାତି, ଗୁଳୁଗୁଳି, ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା..

ଭୁବନେଶ୍ୱର : ରବିବାର ଠାରୁ ହେବ ପାଗରେ ପରିବର୍ତ୍ତନ। ଦୁଇ ଦିନ ପରେ ରାଜ୍ୟରେ ପାରଦ ଉପରମୁହାଁ ହେବ। ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ବଢିବ ତାତି।  ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି। ସ୍ୱଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଉପକୂଳ ଓଡିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ଅସମ୍ଭାଳ ତାତି ହେବ। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ଉପକୂଳ ଓଡିଶାରେ ତାତି ସହ ଗୁଳୁଗୁଳି ଅସବ୍ୟସ୍ତ କରିବ। ଭୁବନେଶ୍ୱର ସମେତ କଟକ, ଖୋର୍ଦ୍ଧାରେ ତାତି ବଢିବ। ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର, ନୟାଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, ଅନୁଗୁଳ ଓ ଢେଙ୍କାନାଳରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ସୂଚନା ମିଳିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories