www.samajalive.in
Saturday, December 6, 2025
15.1 C
Bhubaneswar

୪ ଦିନ ଯାଏଁ ୬ ରୁ ୮ ଡିଗ୍ରୀ ବଢିବ ଦିନର ତାତି

ଭୁବନେଶ୍ୱର : ରାଜ୍ୟରେ ବର୍ଷା ପ୍ରଭାବରେ ତାତିରୁ ମିଳିଥିଲା ଆଶ୍ୱସ୍ତି। ରାଜ୍ୟର କେତେକ ସ୍ଥାନ ସହ ଟ୍ୱିନ ସିଟିରେ ଗୁରୁବାର ସକାଳୁ ବର୍ଷା ସହ ପବନ ହୋଇଥିଲା। ମାତ୍ର ପୁଣି ବଢିବ ତାତି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତାକାଲି ଠାରୁ ୪ ଦିନ ଯାଏଁ ୬ ରୁ ୮ ଡିଗ୍ରୀ ବଢିବ ଦିନର ତାତି।

ଅପରାହ୍ଣ ୪ଟା ମୁଖ୍ୟ ଖବର

- Advertisement -

ସାରା ରାଜ୍ୟରେ ପାଗ ଆଂଶିକ କୋହଲା ରହିଛି। ଗୁରୁବାର କେତେକ ଅଞ୍ଚଳରେ ହାଲୁକା ବର୍ଷା ହୋଇଥିବାବେଳେ  କିନ୍ତୁ କୋହଲା ପାଗ ଯୋଗୁଁ ଦିନ ତାପମାତ୍ରା ବୃଦ୍ଧି ପାଇନାହିଁ।  ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୧୨ ତାରିଖ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ ୧୩ ତାରିଖ ପରଠାରୁ ରାଜ୍ୟରେ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ଯୋଗୁଁ ପୁଣି ଦିନ ତାପମାତ୍ରା ବୃଦ୍ଧି ପାଇବ। କେତେକ ଅଞ୍ଚଳରେ ପ୍ରାୟ ୩ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବଢ଼ିପାରେ। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଦିନ ତାପମାତ୍ରା ୪୦ଡିଗ୍ରୀ ଟପିବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସମ୍ଭାବନା ରହିଛି। ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)ର ନିର୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଏପ୍ରିଲ ୧୫ରୁ ପୁଣି ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଏପ୍ରିଲ ୧୪ରୁ ତାପମାତ୍ରା ବଢ଼ିବ। ୧୮ରୁ ଓଡ଼ିଶାର ଅଧିକାଂଶ ସ୍ଥାନରେ ୪୨ରୁ ୪୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳ ଅଞ୍ଚଳର କେତେକ ସ୍ଥାନରେ ଅଧିକ ତାପମାତ୍ରା ଅନୁଭୂତ ହୋଇପାେର ବୋଲି ସେ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories