www.samajalive.in
Saturday, December 6, 2025
14.1 C
Bhubaneswar

ଆଗାମୀ ୨ ଦିନ କାଳ ବୈଶାଖୀ ବର୍ଷା ସମ୍ଭାବନା ; ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ..

ଭୁବନେଶ୍ୱର : ଅସହ୍ୟ ତାତିରେ ଛଟପଟ୍ ରାଜ୍ୟବାସୀ। ସାଢେ ୨ଟା ସୁଦ୍ଧା ଶୁକ୍ରବାର ୪୩ ଡିଗ୍ରୀ ଟପିଲା ତାପମାତ୍ରା। ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ଯୋଗୁଁ ତାତି ବଢୁଛି। ଆଗାମୀ ୨ ଦିନ ଦକ୍ଷିଣ ଓଡିଶାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି। ଆଜି ୪୩.୫ ଡିଗ୍ରୀ ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର।
ସମ୍ବଲପୁର ଓ ହୀରାକୁଦ ୪୩, ରାଉରକେଲା ୪୨, କେନ୍ଦୁଝର ୪୧.୮, ଚାନ୍ଦବାଲି ୪୧.୬, ଭୁବନେଶ୍ୱର ୪୦.୫ ଡିଗ୍ରୀ ରେକର୍ଡ କରାଯାଇଛି।

- Advertisement -


ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମପ୍ରବାହ। ଗ୍ରୀଷ୍ମପ୍ରବାହ ପାଇଁ ଅଧିକାଂଶ ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶାରେ ୪୫ କିମ୍ବା ଅଧିକ ତାତି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି।

୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

କ’ଣ କହେ ହସ୍ତରେଖା? ଜାଣନ୍ତୁ, ଆପଣଙ୍କ ହେବ ପ୍ରେମ ନା ପ୍ରସ୍ତାବିତ ବିବାହ, କେମିତି କଟିବ ବୈବାହିକ ଜୀବନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories