www.samajalive.in
Friday, December 5, 2025
20.1 C
Bhubaneswar

ଆସୁଛି ବର୍ଷା ; ୩ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର। ୧୬ ବେଳକୁ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପକ୍ଷରୁ ସୂଚନା ମିଳିଛି। ୧୫ ତାରିଖରେ ଦକ୍ଷିଣ ଓଡିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡାରେ ବର୍ଷା ସମ୍ଭାବନା ରହିଛି।


୧୬ ତାରିଖରେ ୩ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭ ତାରିଖରେ ଉତ୍ତର ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ କାଲି ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories