www.samajalive.in
Monday, December 15, 2025
16.1 C
Bhubaneswar

୩ ଦିନ କଲବଲ କରିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର : ଆହୁରି କଲବଲ କରିବ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ନେଇ ଶୁକ୍ରବାର ସତର୍କ କରିଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ୩ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୩ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓ କେନ୍ଦ୍ରାଞ୍ଚଳରେ ଗ୍ରୀଷ୍ମପ୍ରବାହ ରହିବ। ଗ୍ରୀଷ୍ମ ପ୍ରବାହ ପାଇଁ ପିକ୍ ସମୟରେ ବାହାରକୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବାକୁ ବାରଣ କରାଯାଇଛି। ଖରାରେ କାମ କଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁନ୍ଦରଗଡ ଜିଲାରୁ ୧୨, ଝାରସୁଗୁଡାରୁ ୬ ଜଣଙ୍କ ମୃତ୍ୟୁ ଅଭିଯୋଗ ଆସିଛି। ଅଂଶୁଘାତ ମୃତ୍ୟୁ କି ନୁହେଁ ତାହା ତଦନ୍ତ କାର୍ଯ୍ୟ ସରିଲା ପରେ ସ୍ପଷ୍ଟ ହେବ ବୋଲି ଏସଆରସି କହିଛନ୍ତି।

ବୁଧଙ୍କ ରାଶି ପରିବର୍ତ୍ତନ ; ଏହି ରାଶିଙ୍କ ପୂରା ବଦଳିଯିବ ଭାଗ୍ୟ, ମିଳିବ ଧନ,ଚାକିରି, ଖାଲି ମିଳିବ ସଫଳତା..

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories