www.samajalive.in
Saturday, December 6, 2025
15.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ; ୭ ଜିଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର : ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର। ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ ନେଇପାରେ। ଏହାପରେ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ନେଇ ଆଜି ୭ ଜିଲାପାଳଙ୍କୁ ଏସଆରସି ଚିଠି ଲେଖିଛନ୍ତି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ ଓ ଅଶାନ୍ତ ରହିବ। ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ୧ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ବିଭାଗର ସଚିବଙ୍କୁ ମଧ୍ୟ ଏହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ହୋଇଛି। ଚାଷୀଙ୍କୁ ସତର୍କ କରାଇବା ପାଇଁ କୃଷି ବିଭାଗକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories