www.samajalive.in
Saturday, December 6, 2025
26.1 C
Bhubaneswar

୩ ଦିନ ପ୍ରବଳ ବର୍ଷିବ; ୨୯ରେ ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସିରିଜ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଶନିବାର ପାଇଁ ୬ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲାରେ ୭୦ ରୁ ୨ ଶହ ମିଲିମିଟର ଯାଏଁ ବର୍ଷିବ । ଏହାସହ ପ୍ରବଳ ବର୍ଷା ନେଇ ୨୦ ଜିଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ଓ ୨୭ ତାରିଖରେ ବର୍ଷା ପରିମାଣ କମିବ। ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଜୁନ ୧ରୁ ଆଜି ଯାଏଁ ସ୍ୱଭାବିକଠାରୁ ୧୧% ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

ତାମିଲ, କନ୍ନଡ ପରେ ହିନ୍ଦୀରେ ଏହି ଦିନ ରିଲିଜ୍‌ ହେବ ତଙ୍ଗଲାନ,କରିବ ଜବରଦସ୍ତ ଧମାକା..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories