ଭୁବନେଶ୍ୱର : ଆସୁଛି ଲଘୁଚାପ । ମେ’ ୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପରବର୍ତ୍ତୀ ୨ ଦିନରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
ଆସନ୍ତା ୩ରୁ ୪ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆଜି ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ ଏବଂ ଦକ୍ଷିଣ ବଙ୍ଗୋପସାଗରର କେତେକ ଅଞ୍ଚଳ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅନେକ ଅଞ୍ଚଳକୁ ସ୍ପର୍ଶ କରିଛି।ଅନ୍ୟପଟେ ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସନ୍ଧ୍ୟାରେ ଲଘୁଚାପ ରୂପ ନେଇଛି। ପରବର୍ତ୍ତୀ ସମୟରେ ଲଘୁଚାପ ଉତ୍ତର ଦିଗରେ ଗତି କରିବା ସହ ଆଜି ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ପଶ୍ଚିମ ଉପକୂଳ ଗୁଜରାଟ, ଗୋଆ, କର୍ଣ୍ଣାଟକ ଏବଂ କେରଳରେ ସପ୍ତାହ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଭିଡିଓରେ ଦେଖନ୍ତୁ ; ରାଜଧାନୀରେ ଝଡ ତୋଫାନର ତାଣ୍ଡବ, ୭ ମୃତ, ମହିଳାଙ୍କ ବେକରୁ ଅଲଗା ହେଲା ମୁଣ୍ଡ, ଉପୁଡିଲା ଗଛ



