www.samajalive.in
Saturday, December 6, 2025
26.1 C
Bhubaneswar

ଘୂର୍ଣ୍ଣିବାତ୍ୟା ‘ମୋଖା’, ଓଡିଶା ଉପରେ ପଡ଼ିବନି କୌଣସି ପ୍ରଭାବ

ଡେସ୍କ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ଆଜି ସକାଳେ ଏକ ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇଛି। ତାହାର ନାମ ‘ମୋଖା’ ରଖାଯାଇଛି। ଏହା ପୋର୍ଟବ୍ଲେୟରଠାରୁ ୫୧୦ କିଲୋମିଟର ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଓ ବାଙ୍ଗଲାଦେଶର କୋକ୍‌‌ସ ବଜାରଠାରୁ ୧୧୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପଶ୍ଚିମକୁ ଅବସ୍ଥାନ କରିଛି। ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଏହି ଘୂର୍ଣ୍ଣିବାତ୍ୟା ଆଜି ମଧ୍ୟରାତ୍ରି ସୁଦ୍ଧା ଆହୁରି ଘନୀଭୂତ ହୋଇ ଏକ ବଡ଼ ଘୂର୍ଣ୍ଣିବାତ୍ୟାର ରୂପ ନେବ। ସେ କହିଛନ୍ତି ଘୂର୍ଣ୍ଣିବାତ୍ୟା ‘ମୋଚା’ର ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ପ୍ରତି କୌଣସି ପ୍ରଭାବ ପଡ଼ିବ ନାହିଁ। ଏହି ଘୂର୍ଣ୍ଣିବାତ୍ୟା ବାଙ୍ଗଲାଦେଶ ମ୍ୟାଁମାର ଉପକୂଳ ଆଡ଼କୁ ଗତି କରିବ। ତେବେ ଏହି ସମୟରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ। ଶ୍ରୀ ମହାପାତ୍ର କହିଛନ୍ତି, ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରରେ ରବିବାର ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories