www.samajalive.in
Monday, December 8, 2025
20.1 C
Bhubaneswar

୯ ଜିଲାକୁ ସତର୍କ ସୂଚନା, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ମଙ୍ଗଳବାର ଅପରାହ୍ଣରେ ଭୁବନେଶ୍ବର ସମେତ ବାଲେଶ୍ବର, କଟକ, ଚାନ୍ଦବାଲି ଏବଂ କେନ୍ଦୁଝରରେ ବର୍ଷା ଲାଗି ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲାର ବାମରାରେ ସର୍ବାଧିକ ବର୍ଷା ୧୪୬.୨ମି.ମି ରେକର୍ଡ ହୋଇଥିବାବେଳେ କେନ୍ଦୁଝର ଜିଲାର ବଂଶପାଲ ୧୩୦.୩, ଘସିପୁରା ୧୩୦.୨, ଆନନ୍ଦପୁର ୧୨୬.୨ ଏବଂ ଢେଙ୍କାନାଳ ଜିଲାର ଭୁବନ ୧୧୫ ଓ ଅନୁଗୋଳ ଜିଲାର ଆର.ଏନ.ନଗରରେ ୧୧୧.୨ ମି.ମି ବର୍ଷା ରେକର୍ଡ ହୋଇଛି। ଲଘୁଚାପ ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଛତିଶଗଡ଼ ଅଞ୍ଚଳରେ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ବର୍ଷା ୨୬.୮ ମି.ମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୪.୬ମିମି ତୁଳନାରେ ୪୭୭% ଅଧିକ ରହିଛି।

ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର-ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories