www.samajalive.in
Monday, December 15, 2025
15.1 C
Bhubaneswar

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ତେବେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଉତ୍ତର ଆଭ୍ୟନ୍ତରୀଣ କେତେକ ଅଞ୍ଚଳ ଏବଂ ଉତ୍ତର ଉପକୂଳବର୍ତ୍ତୀ ଜିଲାଗୁଡିକର ଅଳ୍ପ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଭଳି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ବୌଦ୍ଧ ପ୍ରଭୃତି ୧୦ଟି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ, ଏଣୁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଗୁରୁବାର ବାଲେଶ୍ୱର, ଚାନ୍ଦବାଲି, ପାରାଦ୍ୱୀପ, ଭୁବନେଶ୍ୱର, ପୁରୀ, ବାରିପଦା, ଝାରସୁଗୁଡା, ସମ୍ବଲପୁର, ହୀରାକୁଦ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ମୌସୁମି ବାୟୁ ପ୍ରଭାବ ଯୋଗୁଁ ସମୁଦ୍ର ମଧ୍ୟରେ ପବନ ବହୁଛି। ମତ୍ସ୍ୟଜୀବୀମାନେ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖାପାଖ ଗଭୀର ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories