www.samajalive.in
Saturday, December 13, 2025
26.1 C
Bhubaneswar

୪୮ ଘଣ୍ଟା ମଧ୍ୟରେ ଲଘୁଚାପ, ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର ପୂର୍ବ ଓ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୪.୫ କି.ମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଆଜି ଦକ୍ଷିଣ ଛତିଶଗଡ଼ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୨.୧ କି.ମିରୁ ୩.୬ କି.ମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆନ୍ଧ୍ରପ୍ରଦେଶ ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କି.ମିରୁ ୪.୫ କି.ମି ଉଚ୍ଚତା ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଦୁଇ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ।

କୋରାପୁଟ, ମାଲକାନଗିରିି, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories