www.samajalive.in
Monday, December 8, 2025
13.1 C
Bhubaneswar

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ଅଶାନ୍ତ ରହିବ ସମୁଦ୍ର

ଡେସ୍କ: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ କହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜୁଲାଇ ୧୮ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳ ଏବଂ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଜୁଲାଇ ୧୯ରୁ ଜୁଲାଇ ୨୨ ପର୍ଯ୍ୟନ୍ତ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରରେ ସମାନ ସ୍ଥିତି ରହିବ। ୧୮ ତାରିଖରେ ସମୁଦ୍ର ଅଶାନ୍ତ କିମ୍ବା ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।

- Advertisement -

ଏହାବ୍ୟତୀତ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତଳିଆ ଅଂଚଳ ଗୁଡିକରେ ସାମୟିକ ଜଳବନ୍ଦୀ ହେବା ସହ କଚ୍ଚା ରାସ୍ତାରେ ସମ୍ଭାବ୍ୟ ଜଳବନ୍ଦୀ ହେବା ସହ ସମ୍ବେଦନଶୀଳ କଚ୍ଚା ଘରଗୁଡ଼ିକର କାନ୍ଥ ଭୁଶୁଡ଼ିବାର ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କନ୍ଧମାଳ, ବୌଦ୍ଧ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇଥିବା ଜଣାପଡିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories