www.samajalive.in
Saturday, December 6, 2025
23.1 C
Bhubaneswar

ପୁଣି ଆସୁଛି ବଡ ବର୍ଷା ; ୧୬ ତାରିଖ ଯାଏଁ ଏହି ଜିଲାରେ ବର୍ଷିବ..

ଭୁବନେଶ୍ୱର : ପୁଣି ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ଜିଲା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ବଡ ଘୋଷଣା ; ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories