www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ଓ କାଲି ଏହି ଜିଲାରେ ବର୍ଷିବ; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ..

ଭୁବନେଶ୍ୱର :ବର୍ଷା ପାଇଁ ଅକ୍ଟୋବର ୧୮ ଓ ୧୯ରେ ୧୪ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାନୁଯାୟୀ, ଆଗାମୀ ସପ୍ତାହ ସୁଦ୍ଧା ଓଡ଼ିଶାକୁ ବାତ୍ୟା ସ୍ପର୍ଶ କରିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ୨୦ ଅକ୍ଟୋବର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ନିକଟରେ ବାତ୍ୟା ସୃଷ୍ଟି ହୋଇ ଏକ ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିପାରେ ବୋଲି ଜଣାପଡିଛି ।

- Advertisement -

ପାଣିପାଗ ବିଭାଗ ବୈଜ୍ଞାନିକ ଉମାଶଙ୍କର ଦାଶ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି, ’୨୦ ଅକ୍ଟୋବର ପାଖାପାଖି ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଝଡ ସୃଷ୍ଟି ହେବା ସମ୍ଭାବନା ରହିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ। ଅନ୍ୟପଟେ ଅନ୍ତର୍ଜାତୀୟ ପାଣିପାଗ ବିଭାଗ ଆକଳନ କରିଛି, ଆଗାମୀ ସପ୍ତାହ ସୁଦ୍ଧା ସମ୍ଭାବନ୍ୟ ବାତ୍ୟା ଓଡ଼ିଶା ବା ଆନ୍ଧ୍ରପ୍ରଦେଶକୁ ପ୍ରଭାବିତ କରିବ। ଏହି ଆକଳନ ପରେ ବଙ୍ଗୋପସାଗର ଓ ଆରବ ସାଗର ଉପକୂଳବର୍ତ୍ତୀ ଅଞ୍ଚଳରେ ସଚେତନ ରହିବାକୁ ପରାମର୍ଶ ଦିଆଯିବା ସହ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories