www.samajalive.in
Friday, December 5, 2025
20.1 C
Bhubaneswar

ଆସୁଛି ୨ଟି ଲଘୁଚାପ; ଜୁଲାଇ ୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସୁଛି ୨ଟି ଲଘୁଚାପ। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା । ସାରା ରାଜ୍ୟରେ ବର୍ଷା ନେଇ ଶନିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଅଧିକ ବର୍ଷା ନେଇ ବହୁ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ୧୬ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜୁନ୍‌ ୩୦ ଓ ଜୁଲାଇ ୧ରେ ଭୀଷଣ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ସୂଚନାଯୋଗ୍ୟ, ପୂର୍ବ ଏବଂ ପଶ୍ଚିମ ଭାଗରେ ଯୋଡା ଲଘୁଚାପ ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଆସନ୍ତା ୨୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଜୁଲାଇ ୪ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଭିନ୍ନ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଦକ୍ଷିଣ ଭାଗ ଓ ଉତ୍ତର-ପୂର୍ବ ଆରବ ସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଗାମୀ ୧୨ ଘଣ୍ଟାରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ।

ଆସନ୍ତା ୨୯ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏଥିପାଇଁ ସତର୍କ ସୂଚନା ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଏହି ତାରିଖରେ ଜନ୍ମ ହେଲେ ଶନିଙ୍କ କୃପାରୁ ନିଶ୍ଚୟ ହୁଅନ୍ତି କୋଟିପତି, ୪୦ ବର୍ଷ ବୟସ ପରେ ଖାଲି ମିଳେ ସଫଳତା

- Advertisement -

ଧନୀ ହେବା ପାଇଁ ପ୍ରସ୍ତୁତ ହୋଇଯାନ୍ତୁ ଏହି ରାଶି: ଜୁନ୍‌ ୩୦ରେ ମଙ୍ଗଳ ଚଳନ ପରେ ହେବ ବଡ ପରିବର୍ତ୍ତନ, ବଦଳିଯିବ ସବୁକିଛି

ଖାମେନିଙ୍କୁ ଅପମାନିତ କରନ୍ତୁ ନାହିଁ ଟ୍ରମ୍ପ ; ନହେଲେ ନିଜର ଶକ୍ତି ଦେଖାଇବେ – ଇରାନର ବୈଦେଶିକ ମନ୍ତ୍ରୀ

ଦେଖନ୍ତୁ ଭୟଭୀତ କରିବ ଭିଡିଓ; ୮ ବର୍ଷର ଶିଶୁକୁ ଘେରି କାମୁଡିଲେ କୁୁକୁର, ଆଉ ତା’ପରେ..

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories