Patra electronics

୫ ଦିନ ଯାଏଁ ବର୍ଷିବ ! ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା..

ଭୁବନେଶ୍ୱର : ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲାରେ ରହିଛି ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ କିଛି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡିଶାର ୭ ଜିଲାକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସୂଚନାନୁଯାୟୀ, ଆସନ୍ତା ୧୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଜୁଲାଇରୁ ୪ ମାସ ପର୍ଯ୍ୟନ୍ତ ଏସବୁ ରାଶିଙ୍କ ଚମକିବ ଭାଗ୍ୟ: ମିଳିବ ଧନ,ବଢିବ ଦରମା..

Comments are closed.