www.samajalive.in
Saturday, December 6, 2025
14.1 C
Bhubaneswar

୩୧ ଯାଏଁ ପ୍ରବଳ ବର୍ଷିବ! ସତର୍କ ସୂଚନା ଜାରି

ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁଁ ୩୧ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଶନିବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ପାଇଁ ୫ ଜିଲାରେ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ମଧ୍ୟ ରହିଛି । ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ପରାମର୍ଶ ଦେଇଛନ୍ତି ।


ସୂଚନା ଯୋଗ୍ୟ,ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉପକୂଳ ବାଂଲାଦେଶ, ଗାଙ୍ଗୀୟ ପଶ୍ଚିମବଙ୍ଗ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସମ୍ପୃକ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ଦୁଇଦିନ ମଧ୍ୟରେ ଗାଙ୍ଗୀୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବ। ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ, ସମ୍ପୃକ୍ତ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ; କିନ୍ତୁ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories