କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର! ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା..

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି । କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଓଡିଶାରେ ଜୁନରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଜୁଲାଇରେ ୯% ଅଧିକ ବର୍ଷା ହୋଇଛି ।

ପ୍ରବଳ ବର୍ଷା ପାଇଁ ୪ ଜିଲାକୁ ସତର୍କ ସୂଚନା ଜାରି

Comments are closed.