www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା, ୧୬ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ରାଜ୍ୟର ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏସବୁ ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟର ୧୬ଜିଲାକୁ ୟେଲୋ ୱାର୍ଣ୍ଣିଂ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ବଲାଙ୍ଗିର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ଅନୁଗୁଳ, କଟକ, ନୟାଗଡ଼, ଯାଜପୁର, କେନ୍ଦୁଝର, ନବରଙ୍ଗପୁର, ନୂଆପଡ଼ା ଜିଲା ସମେତ କଟକ ଓ ଭୁବନେଶ୍ଵର ସହରବାସୀଙ୍କୁ ସତର୍କ ରହିବା ସହ ବଜ୍ରପାତ ପାଇଁ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।


ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସକାଳ ୮.୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଓ କେନ୍ଦୁଝର ପ୍ରଭୃତି ୧୬ଟି ଜିଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୬ ଜିଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ଓ ବଜ୍ରପାତ ସମୟରେ ଲୋକେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ଅନେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବୃଷ୍ଟି ମଧ୍ୟ ହୋଇପାରେ। ଏଥିସହ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories