www.samajalive.in
Monday, December 15, 2025
24.1 C
Bhubaneswar

୩ ଘଣ୍ଟାରେ ଏହି ୬ ଜିଲ୍ଲାରେ ପ୍ରବଳ ବର୍ଷିବ : ୨୬ ସୁଦ୍ଧା ଆଉ ଏକ ଲଘୁଚାପ

ଭୁବନେଶ୍ବର : ପୂର୍ବ ମଧ୍ୟପ୍ରଦେଶ ଏବଂ ଛତିଶଗଡ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଏହାସହିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ହୋଇଛି। ସୋମବାର ଭୁବନେଶ୍ବର ଏବଂ କଟକ ସହିତ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଥିବାବେଳେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ଆସନ୍ତା ୩ ଘଣ୍ଟା ପାଇଁ ୬ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏଥିଲାଗି ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।  ତଳିଆ ଅଞ୍ଚଳରେ ପାଣି ଜମିବା ସହ ଟ୍ରାଫିକ୍ ସମସ୍ୟା ଉପୁଜିବା ନେଇ ଆଶଙ୍କା କରାଯାଉଛି।  ସେହିପରି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଏବଂ କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷିବ। ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରାୟ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ମାଲକାନଗିରି, ନୂଆପଡା, ଢେଙ୍କାନାଳ, ଗଞ୍ଜାମ, ସୁନ୍ଦରଗଡ, ବରଗଡ, ରାୟଗଡା ଏବଂ ମୟୂରଭଞ୍ଜରେ ବର୍ଷା ରେକର୍ଡ କରାଯାଇଛି। ମାଲକାନଗିରି ଜିଲାର ଚିତ୍ରକୋଣ୍ଡାରେ ସବୁଠୁ ଅଧିକ ୧୬୪.୫ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ନୂଆପଡା ୯୯.୪ମି.ମି ଏବଂ ପଡିଆ ୯୭.୪ମି.ମି ବର୍ଷା ହୋଇଛି। ସୋମବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ପୁରୀରେ ୪୬ମି.ମି ବର୍ଷା ହୋଇଥିବା ବେଳେ ବାରିପଦା ୩୧ମି.ମି, ଗୋପାଳପୁର ୨୪.୭ମି.ମି, ଭଦ୍ରକ ୨୩.୮ମି.ମି ଏବଂ ନୂଆପଡା ୨୨.୪ମି.ମି ବର୍ଷା ହୋଇଛି। ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି, ୨୬ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ହେବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ବର୍ଷା ଲାଗି ରହିବ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories