www.samajalive.in
Monday, December 8, 2025
13.1 C
Bhubaneswar

ସକ୍ରିୟ ମୌସୁମୀ: ରାଜ୍ୟରେ ବର୍ଷା ଆହୁରି ୪ ଦିନ !

ଭୁବନେଶ୍ବର : ରାଜ୍ୟ​‌ରେ ମୌସୁମି ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ୨୯ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି(ଗୁରୁବାର) କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୋଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ ବରଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୬ ଯାଏଁ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି ଏବଂ ସ୍ଥଳବିଶେଷରେ ୬୫ କି.ମି ରହିପାରେ। ଜୁନ ୧ରୁ ଏପର୍ଯ୍ୟନ୍ତ ରାଜ୍ୟରେ ୪୧୦ ମି.ମି. ବର୍ଷା ହୋଇଥିବାବେଳେ ଏହା ୧୨% ନିଅଣ୍ଟିଆ ରହିଛି। ୧୨ ଜିଲାରେ ସର୍ବାଧିକ ନିଅଣ୍ଟିଆ ବର୍ଷା ସ୍ଥିତି ରହିଛି। ବଙ୍ଗୋପସାଗରେ ୨୬ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ଏହାର ପ୍ରଭାବରେ ୨୭ରୁ ୨୯ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ବଢ଼ିବ। ଅଗଷ୍ଟ ଆରମ୍ଭରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ଏହା ଭାରି ବର୍ଷା ଆଣିବ ବୋଲି ସେ କହିଛନ୍ତି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories