www.samajalive.in
Monday, December 8, 2025
27.1 C
Bhubaneswar

୩୧ ରୁ ୨ ପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୩୧ରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୩୧ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କଟକ, ଢେଙ୍କାନାଳ, ନୟାଗଡ଼, ଅନୁଗୋଳ ଏବଂ ଯାଜପୁର ଜିଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଅଗଷ୍ଟ ପହିଲାରୁ ୨ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଟକ ଓ ନୟାଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁରର କୁଜଙ୍ଗରେ ସର୍ବାଧିକ ୧୧୦ ମି.ମି, ଯାଜପୁର ବରୀରେ ୮୬.୮ ମି.ମି., କେନ୍ଦ୍ରାପଡ଼ାର ଆଳିରେ ୪୫ ମି.ମି, କଟକ ୩୮.୪ ମି.ମି., କରଞ୍ଜିଆରେ ୩୭.୩ ମି.ମି., ବିରିଡ଼ିରେ ୩୭.୧ ମି.ମି., ପାରାଦ୍ବୀପ ୩୫.୮ ମି.ମି., ଓଡ଼ଗାଁ ୩୨.୨ ମି.ମି., କଣ୍ଟାପଡ଼ାରେ ୩୧ ମି.ମି. ବର୍ଷା ହୋଇଛି। ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲାରେ ବର୍ଷା ହୋଇପାରେ। ଏଥିପାଇଁ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସ୍‌ଆରସି ନିର୍ଦେଶ ଦେଇଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories