www.samajalive.in
Monday, December 15, 2025
27.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ : ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବଂ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ବୁଧବାର ସକାଳରୁ ଅପରାହ୍ଣ ୫.୩୦ ସୁଦ୍ଧା ବାରିପଦାରେ ସର୍ବାଧିକ ୧୨୧ ମି.ମି ବର୍ଷା ହୋଇଛି। ମୟୂରଭଞ୍ଜ ସମେତ କେନ୍ଦୁଝର, ଯାଜପୁର, ଅନୁଗୋଳ ଓ ଢେଙ୍କାନାଳ ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ଅପରାହ୍ଣ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣରେ ବର୍ଷା ହୋଇଛି। ଆଜି ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର ପ୍ରମୁଖ ୬ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜର ରାସଗୋବିନ୍ଦପୁରରେ ୫୮.୪ ମି.ମି., ମୋରଡାରେ ୪୫.୨, ସୁଲିଆପଦାରେ ୪୪ ମି.ମି., କେନ୍ଦୁଝରର ତେଲକୋଇରେ ୩୫.୪ ମି.ମି, ସୋରରେ ୩୪ ମି.ମି., ଭଦ୍ରକର ଆଖୁଆପଦାରେ ୩୧.୪ ମି.ମି. ଏବଂ ମାଲକାନଗିରିର ଚିତ୍ରକୋଣ୍ଡାରେ ୩୦.୨ ମି.ମି ବର୍ଷା ହୋଇଛି। ଅନ୍ୟ ସବୁ ସ୍ଥାନରେ ୩ ସେ.ମି. ତଳେ ବର୍ଷା ହୋଇଛି। ଆସନ୍ତା ୨ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ସମ୍ବଲପୁର ଏବଂ ଦେବଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାପରେ ବର୍ଷା କମିବ। ସେହିପରି ୭ ତାରିଖ ଯାଏଁ ରାଜ୍ୟରେ କାଁ ଭାଁ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ବୁଲେଟିନରୁ ଜଣାପଡ଼ିଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories