www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ୧୭ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ସୋମବାର ଭୁବନେଶ୍ବର, କଟକ ସମେତ ପୁରୀ, ଜଗତସିଂହପୁର, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼ ଜିଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ହୋଇଛି। ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୯ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି। ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କାଳହାଣ୍ଡି, ରାୟଗଡ଼ା, କୋରାପୁଟ ପ୍ରମୁଖ ୧୭ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା (୭ରୁ ୧୧ ସେମି) ହୋଇପାରେ। ଏହାର ପରିଦିନ ଅର୍ଥାତ୍ ୭ରୁ ୮ ତାରିଖ ମଧ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାକୁ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୋମବାର ଅପରାହ୍ଣରେ ଭୁବନେଶ୍ବର ଓ କଟକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଯୋଗୁଁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇପଡ଼ିଥିଲା। ମାତ୍ର ଘଣ୍ଟାଏ ଭିତରେ ରାଜଧାନୀରେ ୪୩.୯ ମି.ମି. ବର୍ଷା ହୋଇଥିଲା। ଫଳରେ ଖାଲୁଆ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖା ଦେଇଥିଲା ଓ ଗମନାଗମନରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଅନ୍ୟପକ୍ଷରେ କଟକରେ ଅପରାହ୍ଣ ୫.୩୦ ସୁଦ୍ଧା ୨୯.୪ ମି.ମି, ତାଳଚେରରେ ୨୧ ମି.ମି, ନୟାଗଡ଼ରେ ୧୯ ମି.ମି. ବର୍ଷା ହୋଇଥିଲା। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ତାଳଚେରରେ ୪୫ ମି.ମି., ସମ୍ବଲପୁର ୪୨.୨ ମି.ମି., ହୀରାକୁଦରେ ୪୦.୮ମି.ମି, ନୂଆପଡ଼ାରେ ୨୮.୮ ମି.ମି., ଢେଙ୍କାନାଳରେ ୨୮ ମି.ମି. ବର୍ଷା ହୋଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories