www.samajalive.in
Wednesday, December 10, 2025
18.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ: ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ୯ ଜିଲ୍ଲାକୁ ଅରେଞ୍ଜ ଏବଂ ୧୮ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର , ନୟାଗଡ, କଟକ , ବୌଦ୍ଧ , ଅନୁଗୁଳ, ସୁନ୍ଦରଗଡ ଏବଂ ଝାରସୁଗୁଡା ପାଇଁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ସେପଟେ ପୁରୀ, ଖୋର୍ଦ୍ଧା , ଢେଙ୍କାନାଳ, ଯାଜପୁର , ବାଲେଶ୍ଵର, ଭଦ୍ରକ କେନ୍ଦ୍ରପଡା ଆଦି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି।  ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ଅପରାହ୍ଣ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ବଲାଙ୍ଗିରରେ ୯୦ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ପାରଳାଖେମୁଣ୍ଡି ୬୧.୨ମି.ମି, ଅନୁଗୋଳ ୬୦ମି.ମି, ନବରଙ୍ଗପୁର ୫୭ମି.ମି ଏବଂ ବୌଦ୍ଧ ୫୭ମି.ମି ବର୍ଷା ହୋଇଛି। ଗତ ୨୪ଘଣ୍ଟାରେ ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୧୪୫ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ଉଲୁଣ୍ଡା ୧୩୭ ମି.ମି ଏବଂ ବୀରମହାରାଜପୁରରେ ୧୧୧ ମି.ମି ବର୍ଷା ହୋଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories